୨୪ ଘଣ୍ଟାରେ ରାଜ୍ୟରେ ୧୯୩ କରୋନା ପଜିଟିଭ୍ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୪ ଜଣ ରହିଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍ରୁ ୨୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୨୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୨୪୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୮୨୯୬୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୪ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।












Click it and Unblock the Notifications