୨୪ ଘଣ୍ଟାରେ ବାହାରିଲେ ୨୦୫ କୋଭିଡ୍ ପଜିଟିଭ୍, ୨ ମୃତ

ରାଜ୍ୟରେ ୨୪ ଘଣ୍ଟାରେ ୨୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୬ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୬ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

odisha corona cases

ସେହିପରି ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୦ ଜଣ, ଦେବଗଡ଼ରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ ପୁଲରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୬୨୩୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୨୨୮୧୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସେହିପରି ଗତ ୨୪ ଘଣ୍ଟାରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୩ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+