ଓମିକ୍ରନ ସଙ୍କଟ ମଧ୍ୟରେ ରାଜ୍ୟରେ ତଳମୁହାଁ ଦୈନିକ ସଂକ୍ରମଣ
ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଏବେ ଓମିକ୍ରନ ଚିନ୍ତା । ଦୁଇ ବିଦେଶୀ ଫେରନ୍ତା ଚିହନ୍ଟ ହେବା ପରେ ସରକାରଙ୍କୁ ଚିନ୍ତା ଘାରିଛି । ଅନ୍ୟପଟେ ଓମିକ୍ରନ ସଙ୍କଟ ମଧ୍ୟରେ କିନ୍ତୁ ଆସ୍ୱସ୍ତିକର ଖବର ଆସୁଛି । ରାଜ୍ୟରେ ଏବେ ତଳମୁହାଁ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୦ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ରୁ ୨୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୦୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୦୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୯୯୨୦୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୭ବୃଦ୍ଧି ପାଇଛି । ମୃତକ କେନ୍ଦ୍ରାପଡ଼ା ଜିଲ୍ଲାରୁ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।












Click it and Unblock the Notifications