ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍: ୧୭୧ ଜଣ ନୂଆ ପଜିଟିଭ ଚିହ୍ନଟ, ଜଣେ ମୃତ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସ ବର୍ଗରେ ୩୪ ଜଣ ରହିଛନ୍ତି । ସେହିପରି ୯୮ ଜଣ ସଙ୍ଗରୋଧରୁ ଥିବାବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସ ବର୍ଗରେ ୩୪ ଜଣ ରହିଛନ୍ତି । ସେହିପରି ୯୮ ଜଣ ସଙ୍ଗରୋଧରୁ ଥିବାବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡିଛି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୧୮ଜଣ ରହିଛନ୍ତି ।
ନୂଆ ପଜିଟିଭଙ୍କ ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୧୭୪ରେ ପହଞ୍ଚିଥିବାବେଳେ ୧୦ ଲକ୍ଷ ୩୬ ହଜାର ୫୦୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବର୍ତ୍ତମାନ ୨୨୨୬ଟି ସକ୍ରିୟ ମାମଲା ରହିଥିବାବେଳେ ରାଜ୍ୟରେ ୨ କୋଟି ୩୨ ଲକ୍ଷ ୮୬ ହଜାର ୨୯୦ଟି ନମୁନା ପରୀକ୍ଷା କରାଯାଇଛି ।
ସେହିପରି ଗତ ୨୪ ଘଣ୍ଟାରେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୪ ବୃଦ୍ଧି ପାଇଛି । ମୃତକ ଜଣଙ୍କ ବାଲେଶ୍ବର ଜିଲ୍ଲାର ହୋଇଥିବା ସୂଚନା ମିଳିଛି ।












Click it and Unblock the Notifications