ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୯ କରୋନା ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୩୧ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ୩୨ ଜଣ ରହିଛନ୍ତି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୨୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୩୧ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସର ୩୨ ଜଣ ରହିଛନ୍ତି ।

odisha corona cases

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ, କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୫ ଜଣ ଲେଖାଁଏ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଲେଖାଁଏ, ଯାଜପୁରରୁ ୯ ଜଣ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲାରୁ ୪ ଜଣ ଲେଖାଁଏ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବୌଦ୍ଧ, ଢ଼େଙ୍କାନାଳ ଓ ମାଲାକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍‌ରୁ ୨୨ ଜଣ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୩୮୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୧୩୩୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+