ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୨୩ କୋଭିଡ୍ ପଜିଟିଭ୍
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୭ ଜଣ ରହିଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୪୩ ହଜାର ୯୨୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୫୭୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୩କୁ ବୃଦ୍ଧି ପାଇଛି । ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।












Click it and Unblock the Notifications