ଆଜି ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୩ ମୃତ
ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୧୫୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୦ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୧ ଜଣ ରହିଛନ୍ତି ।

ତେବେ ଆଜି ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍ରୁ ୨୮ଜଣ ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୭୬୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୬୯୩୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୬ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡି ଜଣେ ଲେଖାଏଁ ରହିଛନ୍ତି ।












Click it and Unblock the Notifications