ରାଜ୍ୟରେ ୨୪ ଘଣ୍ଟାରେ ୪୧୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ରାଜ୍ୟରେ ୪୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ରାଜ୍ୟରେ ୪୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୩ ଜଣ ପଜିଟିଭ ରହିଛନ୍ତି ।

odisha corona cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୨୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୭୧୦୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୭୮୯୩୫୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+