ରାଜ୍ୟରେ ବଢିଲାଣି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୨୨୫ ନୂଆ ପଜିଟିଭ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୭ ଜଣ ରହିଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ସେହିପରି ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୧୧ ଜଣ, ଢେଙ୍କାନାଳରୁ ୧ ଜଣ, ଦେବଗଡ଼ରୁ ୫ ଜଣ, ଗଞ୍ଜାମରୁ ୧ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୬ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୬୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୪୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧ ହଜାର ୬୫୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୮କୁ ବୃଦ୍ଧି ପାଇଛି । ମୃତକ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ବୋଲି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।












Click it and Unblock the Notifications