୨୪ ଘଣ୍ଟାରେ ଆଉ ୨୨୮ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନରୁ ଓ ୯୭ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନରୁ ଓ ୯୭ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ସେହିପରି ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୧୨ ଜଣ, ଢେଙ୍କାନାଳରୁ ୪ ଜଣ, ଦେବଗଡ଼ରୁ ୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୫ ଜଣ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ ଓ ଷ୍ଟେଟ ପୁଲରୁ ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୪ ହଜାର ୮୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୪୪ ହଜାର ୫୯୪ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧ ହଜାର ୭୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ଆଉ ୨ ଜଣ କୋଭିଡ ଜନିତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୬୦କୁ ବୃଦ୍ଧି ପାଇଛି । ୨ ଜଣ ମୃତକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ଜଣାପଡ଼ିଛି।












Click it and Unblock the Notifications