ଆଜି ବି ୪ ଶହ ପାର୍ ଦୈନିକ କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୪୨୪ ଆକ୍ରାନ୍ତ ଚିହ୍ନଟ

ଆଜି ବି ୪ ଶହ ପାର୍ ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୪୨୪ ଆକ୍ରାନ୍ତ ଚିହ୍ନଟ । ଗତକାଲି ମଧ୍ୟ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ଭୁବନେଶ୍ୱର: ଆଜି ବି ୪ ଶହ ପାର୍ ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୪୨୪ ଆକ୍ରାନ୍ତ ଚିହ୍ନଟ । ଗତକାଲି ମଧ୍ୟ ୪୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପ୍ରାୟ ଦୁଇ ମାସ ପରେ ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ୪ ଶହରୁ ଅଧିକ ରହିଛି।

odisha corona cases

ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ବୟସର ୪୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ବାରେଣ୍ଟାଇନରୁ ୨୪୬ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୧୭୮ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯, ବରଗଡ଼ରୁ ୫, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୬, କଟକରୁ ୬୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଞ୍ଜାମରୁ ୩, ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୫, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୨, ସୋନପୁରରୁ ୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି।

ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୯୮୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୪୫ ହଜାର ୧୦୯ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୨୩୫୫ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୩୩ ହଜାର ୭୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏବେ ସୁଦ୍ଧା ରାଜ୍ୟରେ ୩୭ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବିଦେଶ ଫେରନ୍ତାଙ୍କ ସହିତ ସ୍ଥାନୀୟ ସଂକ୍ରମିତ ମଧ୍ୟ ରହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+