ରାଜ୍ୟରେ ତଳମୁହାଁ ସଂକ୍ରମଣ ଗ୍ରାଫ, ଆଜି ମାତ୍ର ୧୩୮ କରୋନା ପଜିଟିଭ୍ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୪୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୯୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୪୪୨୬ଜଣ ସୁସ୍ଥ ହୋଇଛନ୍ତି ।












Click it and Unblock the Notifications