ରାଜ୍ୟରେ କମିଲା କରୋନା ସଂକ୍ରମଣ, ଚିହ୍ନଟ ହେଲେ ମାତ୍ର ୧୭୦ ସଂକ୍ରମିତ

ଗତ ୨୪ ଘଣ୍ଟାରେ ରାଜ୍ୟରେ ମାତ୍ର ୧୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରେ ୧୮ ବର୍ଷରୁ କମ୍ ଆକ୍ରାନ୍ତ ରହିଛନ୍ତି ୨୪ ଜଣ ।

ଭୁବନେଶ୍ୱର: ତଳକୁ ଖସିଲା ଦୈନିକ ସଂକ୍ରମଣ ରେଖା । ପାଞ୍ଚ ଶହ କି ତିନି ଶହ ନୂହେଁ ଏକାଖରେ ଦୁଇ ଶହ ତଳେ ରହିଚି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ମାତ୍ର ୧୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରେ ୧୮ ବର୍ଷରୁ କମ୍ ଆକ୍ରାନ୍ତ ରହିଛନ୍ତି ୨୪ ଜଣ । ସେହପରି ସଂଗରୋଧରୁ ୯୮ ଜଣ ଥିବା ବେଳେ ୭୨ ଜଣ ସ୍ଥାନୀୟ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

odisha corona cases

ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୯ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୨ ଜଣ, ମୟୂରଭଞ୍ଜରୁ ୩ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୯୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୪୪୭ ଜଣ । ମୋଟ ସୁସ୍ଥ ସଂଖ୍ୟା ରହିଛି ୧୦ ଲକ୍ଷ ୩୦ ହଜାର ୮୮୯ଜଣ । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୬୫୧ । ଗୋଟିଏ ଦିନରେ କରୋନାରେ ୩ ଜଣଙ୍କ ମୃତ୍ୟୁ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+