ଗତ ୨୪ ଘଣ୍ଟାରେ ପୁଣି ବାହାରିଲେ ୨୦୮ କୋଭିଡ୍ ପଜିଟିଭ୍
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୨୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୧୪୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୩୪୮୩୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications