ରାଜ୍ୟରେ ୫୦୦ ଡେଇଁଲା ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ୨୦୪

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଦିନକରେ ୨୭ ଜିଲ୍ଲା ଓ ଷ୍ଟେଟପୁଲରୁ ୫୭୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୦ରୁ ୧୮ ବର୍ଷ ବୟସର ୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଦିନକରେ ୨୭ ଜିଲ୍ଲା ଓ ଷ୍ଟେଟପୁଲରୁ ୫୭୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୦ରୁ ୧୮ ବର୍ଷ ବୟସର ୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୩୯ ଜଣ ଲେକାଲ୍ କେସ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୩ ହଜାର ୫୦୪କୁ ବୃଦ୍ଧି ପାଇଛି। ତେବେ ରାଜ୍ୟରେ ଆକ୍ଟିଭ୍‌ କେସ୍ ୩୦୨୭ ରହିଛି ।

odisha corona cases

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦୪ ସଂକ୍ରମିତ ରହିଛନ୍ତି । ଅନୁଗୋଳରୁ ଜଣେ, ବାଲେଶ୍ୱରରୁ ୧୬, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୨, ବୌଦ୍ଧରୁ ଜଣେ, କଟକରୁ ୧୧୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ୮ , ଜଗତସିଂହପୁରରୁ ୮, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୨୦୪, କୋରାପୁଟରୁ ୩, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ପୁରୀରୁ ୩୭, ରାୟଗଡ଼ାରୁ ୨, ସମ୍ୱଲପୁରରୁ ୬, ସୋନପୁରରୁ ୨୦, ସୁନ୍ଦରଗଡ଼ରୁ ୪୨ ଓ ଷ୍ଟେଟ୍‌ ପୋଲରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+