୨୪ ଘଣ୍ଟାରେ ନୂଆ ୫୮୦ କରୋନା ପଜିଟିଭ୍ ଚିହ୍ନଟ, ୪ ମୃତ

ଆଜି ରାଜ୍ୟରେ ଆଉ ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେବଳ ୭୭ ଜଣ ପିଲା ରହିଛନ୍ତି ।

ଭୁବନେଶ୍ୱର: ଗକକାଲି ଅପେକ୍ଷା ଆଜି ସାମାନ୍ୟ ବଢିଛି ଦୈନିକ ସଂକ୍ରମଣ । ଗତକାଲି ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଆଉ ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେବଳ ୭୭ ଜଣ ପିଲା ରହିଛନ୍ତି । ଯେଉଁମାନେ କି ଶୂନରୁ ୧୮ ବର୍ଷ ବୟସ ବର୍ଗର।

odisha corona cases

ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ଓ ବାକି ୨୪୪ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୧ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୭ ଜଣ ଅଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୮,୨୯୮ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୦,୦୪,୧୬୪ ଜଣ ସୁସ୍ଥ ହୋଇସାରିଛନ୍ତି। ୫,୯୬୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ସେହିପରି ଅନୁଗୋଳ ଜିଲ୍ଲାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୭, ବରଗଡ଼ରୁ ୮, ଭଦ୍ରକରୁ ୭, ଦେବଗଡ଼ରୁ ୨, ଢେଙ୍କାନାଳରୁ ୯, ଜଗତସିଂହପୁରରୁ ୧୩, ଯାଜପୁରରୁ୨୯, ଝାରସୁଗୁଡ଼ାରୁ୧୧, କେନ୍ଦ୍ରାପଡ଼ାରୁ୧୦, କେନ୍ଦୁଝରରୁ ଜଣେ, କୋରାପୁଟରୁ ୪, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୭, ନୟାଗଡ଼ରୁ ୭,ରାୟଗଡ଼ା ୬, ସମ୍ବଲପୁରରୁ ୬, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୦ ଜଣ ଅଛନ୍ତି। ସେହିଭଳି ଷ୍ଟେଟ୍‌ ପୁଲ୍‌ରୁ ୫୯ ଜଣ ଚିହ୍ନଟ ହୋଇଛନ୍ତି।

ଅନ୍ୟପଟେ କରୋନାରେ ଆଉ ୪ ଜଣ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ କଟକରୁ ୨ ଜଣ ଥିବା ବେଳେ ଜଗତସିଂହପୁରରୁ ଓ ଯାଜପୁରରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୧୮ କୁ ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+