ଲମ୍ବା ଡିଆଁ ମାରୁଛି ଦୈନକ ସଂକ୍ରମଣ, ଆଜି ୧୮୯୭ ଆକ୍ରାନ୍ତ ଚିହ୍ନଟ

ଗୁରୁବାର ୧୮୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୨୫୮ ଜଣ ରହିଛନ୍ତି । କ୍ୱାରେଣ୍ଟାଇନରୁ ୧୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୯୧ଟି ମାମଲା ସ୍ଥାନୀୟ ସଂକ୍ରମଣ ।

ଭୁବନେଶ୍ୱର: ଲମ୍ବା ଡିଆଁ ମାରୁଛି କରୋନା । ରାଜ୍ୟରେ ବଢ଼ୁଛି କୋଭିଡ୍ ସଂକ୍ରମଣ ମାମଲା । ବୁଧବାର ରାଜ୍ୟରେ ୧୨୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ୧୮୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୨୫୮ ଜଣ ରହିଛନ୍ତି । କ୍ୱାରେଣ୍ଟାଇନରୁ ୧୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୯୧ଟି ମାମଲା ସ୍ଥାନୀୟ ସଂକ୍ରମଣ ।

odisha corona cases

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୬୨ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୪୮, ସମ୍ବଲପୁରରୁ ୧୨୫, ବାଲେଶ୍ୱରରୁ ୧୦୦, ଝାରସୁଗୁଡ଼ାରୁ ୬୬, କେନ୍ଦୁଝରରୁ ୩୧, ଯାଜପୁରରୁ ୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୋଳରୁ ୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୬, ଭଦ୍ରକରୁ ୭, ବଲାଙ୍ଗିରରୁ ୬, ବୌଦ୍ଧରୁ ୩, ଦେବଗଡ଼ରୁ ୧୬, ଢେଙ୍କାନାଳରୁ ୪, ଗଜପତିରୁ ୨, ଗଞ୍ଜାମରୁ ୩୪, ଜଗତସିଂହପୁରରୁ ୧୯, କଳାହାଣ୍ଡିରୁ ୧୪, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୨, କୋରାପୁଟରୁ ୧୫, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୨୫, ନୟଗଡ଼ରୁ ୧୪, ନୂଆପଡ଼ାରୁ ୧୨, ପୁରୀରୁ ୫୪, ରାୟଗଡ଼ାରୁ ୭, ସୋନପୁରରୁ ୧୩, ଓ ଷ୍ଟେଲ ପୁଲରୁ ୧୫୮ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୧୦, ୫୯,୭୭୩ରେ ପହଞ୍ଚିଥିବା ବେଳେ ୧୦,୪୫,୫୧୪ ଜଣ ସୁସ୍ଥ ହୋଇ ସାରିଲେଣି। ଏବେ ରାଜ୍ୟରେ ଆକ୍ଟିଭ କେସ୍‌ ରହିଛି ୫୭୩୯ ।

ସେପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କୋଭିଡ ମୃତ୍ୟୁ ସଂଖ୍ୟା ୮୪୬୭କୁ ବୃଦ୍ଧି ପାଇଛି । ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+