Odisha Corona Death: ପୁଣି ୪୫ ଜଣଙ୍କ ଜୀବନ ନେଲା କରୋନା

ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଭୁବନେଶ୍ୱର: ଦୈନିକ ସଂକ୍ରମଣ ଗ୍ରାଫ ଖସୁଥିବା ବେଳେ ଉପର ମୁହାଁ ହୋଇ ଚାଲୁଛି ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Odisha Corona Death

ସେହିଭୂଳି ଅନୁଗୁଳ, ଭଦ୍ରକ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ କହୁଛି । ଜଗତସିଂହପୁର, ସୁନ୍ଦରଗଡ଼ ଓ ପୁରୀରୁ ମଧ୍ୟ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ବାଲେଶ୍ୱର, ବରଗଡ଼ ଓ ଯାଜପୁରରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରୁ ମଧ୍ୟ ୨ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ସେହିଭଳି ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ ଏବେ ସୁଦ୍ଧା ମୋଟ ମୃତକଙ୍କ ସଂଖ୍ୟା ୩ ହଜାର ୩୦୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଆଜି ଗୋଟିଏ ଦିନରେ ରାଜ୍ୟରେ ୪ ହଜାର ୪୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୫୪୬ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫୪୬ ଜଣ ଲୋକାଲ କଣ୍ଟାକ୍ଟସରୁ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+