୨୪ ଘଣ୍ଟାରେ ପୁଣି ୧୭ ଜୀବନ ନେଲା କରୋନା
ରାଜ୍ୟରେ ଗତ ୨୪ ଘଣ୍ଟାରେ ପୁଣି ୧୭ ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି ।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ପୁଣି ୧୭ ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି । ଅନୁଗୁଳ ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନୁଗୁଳରୁ ଜଣେ ୭୫ ବର୍ଷିୟ ମହିଳାଙ୍କ ସମେତ ଜଣେ ୫୬ ବର୍ଷୀୟ ଓ ଜଣେ ୮୯ ବର୍ଷୀୟ ବ୍ୟକ୍ତିଙ୍କର କରୋନାରେ ଜୀବନ ଯାଇଛି । ସେହିପରି ବାଲେଶ୍ୱର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, ଭୁବନେଶ୍ୱରରୁ ୨ ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ୨ ଜଣ, ଖୋର୍ଦ୍ଧାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣଙ୍କ ଜୀବନ ନେଇଛି ମହାମାରୀ । ଗତକାଲି ଦିନକରେ ୧୮ ଜଣ କରୋନା ସଂକ୍ରମିତ ହୋଇ ପ୍ରାଣ ହରାଇଥିଲେ ।












Click it and Unblock the Notifications