କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ଆଉ ୩୫ ଜୀବନ
ଗତକାଲି ତୁଳନାରେ ମୃତ୍ୟୁ ସଂଖ୍ୟା ଆଜି ବୃଦ୍ଧି ପାଇଛି। ଗତକାଲି ରାଜ୍ୟରେ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ୩୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ କମୁଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ତୁଳନାରେ ମୃତ୍ୟୁ ସଂଖ୍ୟା ଆଜି ବୃଦ୍ଧି ପାଇଛି। ଗତକାଲି ରାଜ୍ୟରେ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ୩୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧତ୍କ ୫ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ନବରଙ୍ଗପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଦେବଗଡ଼, ଗଜପତି, ଗଞ୍ଜାମ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଲେଖାଏ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।
ରାଜ୍ୟରେ କରୋନାର ଦ୍ୱିତୀୟ ଲହରକୁ କାବୁ କରିବା ପାଇଁ ପ୍ରଥମେ ମେ ୫ରୁ ୧୯ ଯାଏଁ ଲକ୍ଡାଉନ ଘୋଷଣା ହୋଇଥିଲା, ଯାହାକୁ ପରେ ଜୁନ୍ ୧ ଯାଏଁ ଏବଂ ପୁଣି ଜୁନ୍ ୧୭ ଯାଏଁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି।












Click it and Unblock the Notifications