ରେକର୍ଡ କଲା କରୋନା ମୃତ୍ୟୁ ସଂଖ୍ୟା, ଗୋଟିଏ ଦିନରେ ଗଲା ୪୨ ଜୀବନ
ଜୁନ୍ ୧ ତାରିଖ ସର୍ବାଧିକ ୪୦ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ଜୁନ୍ ୨ ତାରିଖରେ ରେକର୍ଡ ୪୨ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର: କରୋନା ମୃତ୍ୟୁରେ ମେ ପରେ ଜୁନ ବି ରେକର୍ଡ ରଚିଲାଣି । ଜୁନ୍ ୧ ତାରିଖ ସର୍ବାଧିକ ୪୦ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ଜୁନ୍ ୨ ତାରିଖରେ ରେକର୍ଡ ୪୨ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଛି।

ମିଳିଥିବା ସୂଚନା ଅନୁଯାୟୀ, ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି କଟକ ଓ କଳାହାଣ୍ଡିରୁ ୪ ଲେଖାଏଁ, ବୌଦ୍ଧ, ଝାରସୁଗୁଡ଼ା, ଖୋର୍ଦ୍ଧାରୁ ୩ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବଲାଙ୍ଗିର, ଦେବଗଡ଼, ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ରାୟଗଡ଼ାରୁ ୨ ଜଣ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ବରଗଡ଼, ଭଦ୍ରକ, ଗଞ୍ଜାମ, ପୁରୀରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଛି।












Click it and Unblock the Notifications