ଆଜି ରେକର୍ଡ ସୃଷ୍ଟି କଲା କରୋନା ମୃତ୍ୟୁ, ଦିନକରେ ଗଲା ୫୨ ପ୍ରାଣ

ଗତ ୨୪ ଘଣ୍ଟାରେ ଆଉ ୫୨ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଫଳରେ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । କରୋନା ଦୈନିକ ମୃତ୍ୟୁର ସବୁ ରେକର୍ଡକୁ ଏହା ଭାଙ୍ଗି ଦେଇଛି ।

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା ମୃତ୍ୟୁ । ଦୈନିକ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୫୨ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଫଳରେ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୪୨୪୮କୁ ବୃଦ୍ଧି ପାଇଛି । କରୋନା ଦୈନିକ ମୃତ୍ୟୁର ସବୁ ରେକର୍ଡକୁ ଏହା ଭାଙ୍ଗି ଦେଇଛି । ଏହା ପୂର୍ବରୁ ଗତ ଜୁନ୍ ୩୦ ତାରିଖରେ ସର୍ବାଧିକ ୪୮ ଜଣଙ୍କ ମୃତ୍ୟୁ ହୋଇଥିଲା । ତେବେ ଗତ ୧୫ ଦିନରେ ୬୯୮ ଆକ୍ରାନ୍ତଙ୍କ ମୁଣ୍ଡ ନେଇଛି କରୋନା ।

Odisha Corona Death

ବରଗଡ଼, ଭୁବନେଶ୍ୱର, ଗଞ୍ଜାମ, କଳାହାଣ୍ଡି, ପୁରୀ ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କେନ୍ଦ୍ରାପଡ଼ାରୁ ୪ ଓ ଖୋର୍ଦ୍ଧାରୁ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଫଳରେ ଆଜି ଖୋର୍ଦ୍ଧା ଜିଲ୍ଲାରେ ମୋଟ୍ ୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ସେହିପରି କଟକ, କନ୍ଧମାଳ, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ, ବୌଦ୍ଧ, ଝାରସୁଗୁଡ଼ା, ଢେଙ୍କାନାଳ, କେନ୍ଦୁଝର, ନୟାଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୪୬୯୯ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୨୮୦୩ ସଂକ୍ରମିତଙ୍କ ମଧ୍ୟରୁ ୧୫୯୭ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୨୦୬ ଜଣ ଅଛନ୍ତି ଲୋକାଲ୍‌ କେସ୍‌ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+