୬ ବର୍ଷର ଶିଶୁ କନ୍ୟା ସମେତ ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୨୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୨୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ଜଣେ ୬ ବର୍ଷର ଶିଶୁକନ୍ୟା କରୋନାରେ ଆଖି ବୁଜିଥିବା ଜଣାଯାଇଛି।

corona death

ଚିହ୍ନଟ ୮୪୯ ସଂକ୍ରମିତଙ୍କ ମଧ୍ୟରୁ ୪୯୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧ ଜିଲ୍ଲାରୁ ସର୍ବାଧିକ ୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବାଦ କଟକରୁ ୧୧୭ ଜଣ, , ଯାଜପୁରରୁ ୩୨ ଜଣ, ପୁରୀରୁ ୩୧ ଜଣ, ବାଲେଶ୍ୱରରୁ ୫୧ ଢ଼େଙ୍କାନାଳରୁ ୨୬ ଜଣ, ମୟୂରଭଞ୍ଜରୁ ୨୧ , ଅନୁଗୁଳରୁ ୨୦ , ସୁନ୍ଦରଗଡ଼ରୁ ୧୮ ଜଣ, ସମ୍ବଲପୁରରୁ ୧୬ , ଜଗତସିଂହପୁର ଓ ରାୟଗଡ଼ା ଜିଲ୍ଲାରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଭଦ୍ରକରୁ ୧୧ , କେନ୍ଦ୍ରାପଡ଼ାରୁ ୯ ,ଦେବଗଡ଼ରୁ ୮ , ନୟାଗଡ଼ରୁ ୭ , ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ବୌଦ୍ଧ,ଗଜପତି,ଗଞ୍ଜାମ,କନ୍ଦମାଳ ଓ ମାଲକାନଗିରି ଜଣେ ଲେଖାଏଁ ଏବଂ ଷ୍ଟେ୍ଟ୍ ପୋଲ୍‌ରୁ ୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୨, ବାଲେଶ୍ୱର, କଟକ, ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କେନ୍ଦ୍ରାପଡ଼ା ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮,୦୩୫କୁ ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+