ରାଜ୍ୟରେ ୬ ହଜାର ମାର୍କ ଟପିଲା ମହାମାରୀ, ଆଜି ଚିହ୍ନଟ ହେଲେ ୬୧୧୬ କରୋନା ପଜିଟିଭ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୪୬ ଚିହ୍ନଟ ହୋଇଥିବା ବେଳେ ୨୫୭୦ ଜଣ ଲୋକାଲ କେସ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ମାଡ଼ି ମାଡ଼ି ଚାଲିଛି ମହାମାରୀ । ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୪୬ ଚିହ୍ନଟ ହୋଇଥିବା ବେଳେ ୨୫୭୦ ଜଣ ଲୋକାଲ କେସ ଚିହ୍ନଟ ହୋଇଛନ୍ତି ।

ନୂଆ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୫୧, ବାଲେଶ୍ୱରରୁ ୧୦୨, ବରଗଡ଼ରୁ ୨୬୨,ଭଦ୍ରକରୁ ୮୭, ବଲାଙ୍ଗିରରୁ ୧୮୯, ବୌଦ୍ଧରୁ ୩୨, କଟକରୁ ୩୪୩,ଦେବଗଡ଼ରୁ ୩୯, ଢେଙ୍କାନାଳରୁ ୮, ଗଜପତିରୁ ୭୮, ଗଞ୍ଜାମରୁ ୧୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଜଗତସିଂହପୁରରୁ ୭୩, ଯାଜପୁରରୁ ୩୨୪, ଝାରସୁଗୁଡ଼ାରୁ ୨୫୪, କଳାହାଣ୍ଡିରୁ ୩୨୧, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୧୧୮, ଖୋର୍ଦ୍ଧାରୁ ୮୭୫ କୋରାପୁଟରୁ ୭୧, ମାଲାକାନଗିରିରୁ ୩୨, ମୟୂରଭଞ୍ଜରୁ ୧୫୮, ନବରଙ୍ଗପୁରରୁ ୩୧୮, ନୟାଗଡ଼ରୁ ୯୯, ପୁରୀରୁ ୧୮୦, ରାୟଗଡ଼ାରୁ ୧୦୪, ସମ୍ବଲପୁରରୁ ୨୮୦ ଓ ସୋନପୁରରୁ ୮ ଜଣ ଏବଂ ସୁନ୍ଦରଗଡ଼ରୁ ୭୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍ ପୁଲ୍ରୁ ୧୭୯ ଜଣ ଚିହ୍ନଟ ହୋଇଛନ୍ତି।
Covid-19 Report For 24th April
New Positive Cases: 6116
In quarantine: 3546
Local contacts: 2570(Details of local contacts will be shared by concerned Dist Administration)
District Wise Cases:
1. Angul: 151
— I & PR Department, Odisha (@IPR_Odisha) April 25, 2021
2. Balasore: 102
3. Bargarh: 262
4. Bhadrak: 87
5. Balangir: 189
ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୫୭ରେ ପହଞ୍ଚିଛି । ତେବେ ଏବେ ସୁଦ୍ଧା ୩,୫୯,୪୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୫,୯୪୯ ଜଣ ସଂକ୍ରିୟ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି ।












Click it and Unblock the Notifications