ରାଜ୍ୟରେ ୬୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୪୬ ଜଣ କ୍ୱାରେଣ୍ଟାଇନରୁ ଓ ୨୬୫୧ଟି ହେଉଛି ଲୋକାଲ୍ କେସ୍‌।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୪୬ ଜଣ କ୍ୱାରେଣ୍ଟାଇନରୁ ଓ ୨୬୫୧ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪୭, ଯାଜପୁରରୁ ୪୩୪ ଓ ବାଲେଶ୍ୱରରୁ ୩୯୨ ଜଣ ଚିହ୍ନଟ ହୋଇଛନ୍ତି।

Odisha Corona Positive

ସେହିପରି ଅନୁଗୋଳ ଜିଲ୍ଲାରୁ ୨୯୫ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦୭, ଭଦ୍ରକରୁ ୨୪୬, ବଲାଙ୍ଗିରରୁ ୭୭, ବୌଦ୍ଧରୁ ୧୩୦, ଦେବଗଡ଼ରୁ ୨୮, ଢେଙ୍କାନାଳରୁ ୭୩, ଗଜପତିରୁ ୪୮, ଗଞ୍ଜାମରୁ ୪୫, ଜଗତସିଂହପୁରରୁ ୨୨୬, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୭୭, କନ୍ଧମାଳରୁ ୧୧୨, କେନ୍ଦ୍ରାପଡ଼ାରୁ ୨୫୩, କେନ୍ଦୁଝରରୁ ୧୨୩, କୋରାପୁଟରୁ ୧୨୬, ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୨୯୭, ନବରଙ୍ଗପୁରରୁ ୧୪୬, ନୟାଗଡ଼ରୁ ୧୨୦, ନୂଆପଡ଼ାରୁ ୧୭, ପୁରୀରୁ ୨୯୧, ରାୟଗଡ଼ାରୁ ୧୨୦, ସମ୍ବଲପୁରରୁ ୧୦୧, ସୋନପୁରରୁ ୬୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୦୮ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୧୫୧ ଜଣ ଷ୍ଟେଟ୍‌ ପୁଲ୍‌ରୁ ଚିହ୍ନଟ ହୋଇଛନ୍ତି।

୬୦୯୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୩୭ ହଜାର ୨୨୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୬୪ ହଜାର ୬୭୩ ଜଣ ସୁସ୍ଥ ହୋଇସାରିଛନ୍ତି। ୬୯ ହଜାର ୩୩୩ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଆଉ ୪୪ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+