5 ହାଜର ମୁହାଁ ହେଲାଣି ରାଜ୍ୟରେ ଦୈନିକ ସଂକ୍ରମଣ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି ମାହାମୀରୀ । ଦିନକୁ ଦିନ ବଢିବାରେ ଲାଗିଛି ଦୈନିକ ସଂକ୍ରମଣ ସଂଖ୍ୟା । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Odisha Corona Update

ରାଜ୍ୟରେ ଚିହ୍ନଟ ୪୮୫୧ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୫୧୬, ନୂଆପଡ଼ାରୁ ୪୮୬ ଓ ବରଗଡ଼ ଜିଲ୍ଲାରୁ ୩୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଭଦ୍ରକ ଜିଲ୍ଲାରୁ ୭୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨୭ଜଣ, ବୌଦ୍ଧ ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୩୦୪ଜଣ, ଦେଓଗଡ଼ ଜିଲ୍ଲାରୁ ୩୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୩୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୧ଜଣ, ଜଗତସିଂହପୁର ଜିଲ୍ଲାରୁ ୩୯ଜଣ, ଯାଜପୁର ଜିଲ୍ଲାରୁ ୬୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୯୦ଜଣ, କଳାହାଣ୍ଡି ଜିଲ୍ଲାରୁ ୭୯ଜଣ, କନ୍ଧମାଳ ଜିଲ୍ଲାରୁ ୨୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦୩ଜଣ, କୋରାପୁଟ ଜିଲ୍ଲାରୁ ୬୨ଜଣ, ମାଲକାନଗିରି ଜିଲ୍ଲାରୁ ୩୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୪ଜଣ, ନୟାଗଡ଼ ଜିଲ୍ଲାରୁ ୬୬ଜଣ, ନୂଆପଡ଼ା ଜିଲ୍ଲାରୁ ୪୮୬ଜଣ, ପୁରୀ ଜିଲ୍ଲାରୁ ୨୨୩ଜଣ, ରାୟଗଡ଼ା ଜିଲ୍ଲାରୁ ୮୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୧ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୧୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୪୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୨୩୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୯୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୯୩୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୭୦୬୯୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+