ରାଜ୍ୟରେ ହଜାରେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ରାଜ୍ୟରେ ହଜାରେ ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ରାଜ୍ୟରେ ହଜାରେ ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୭୪ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୫୦୧କୁ ବୃଦ୍ଧି ପାଇଛି।

Odisha Corona Update

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୩ ଜଣ ଥିବା ବେଳେ ଅନୁଗୋଳରୁ ୩୨, ବାଲେଶ୍ୱରରୁ ୬୨, ବରଗଡ଼ରୁ ୮, ଭଦ୍ରକରୁ ୩୧, ବୌଦ୍ଧରୁ ୨, କଟକରୁ ୮୧, ଦେବଗଡ଼ରୁ ୨, ଢେଙ୍କାନାଳରୁ ୧୧, ଗଜପତିରୁ ୪, ଗଞ୍ଜାମରୁ ୮, ଜଗତସିଂହପୁରରୁ ୫୪, ଯାଜପୁରରୁ ୬୦, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୩୩, କେନ୍ଦୁଝରରୁ ୧୮, କୋରାପୁଟରୁ ୭, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୨୫, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨୫ ପୁରୀରୁ ୫୩, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୫, ସୋନପୁରରୁ ୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ ଜଣ ଅଛନ୍ତି। ବଲାଙ୍ଗିର ଜିଲ୍ଲାରୁ କେହି ଚିହ୍ନଟ ହୋଇ ନଥିବା ବେଳେ ଷ୍ଟେଟ୍ ପୁଲ୍‌ରୁ ୫୧ ଜଣ ଅଛନ୍ତି।

୮୮୬ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୬୯ ହଜାର ୯୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧ ହଜାର ୪୮୬ ଜଣ ଚିକିତ୍ସାଧୀନ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+