ଦିନକ ବ୍ରେକ ପରେ ପୁଣି ବଢିଲା ସଂକ୍ରମଣ, ୨୪ ଘଣ୍ଟାରେ ୧୦ ହଜାର ୯୮୨ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୯୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮ରେ ପହଞ୍ଚିଯାଇଛି ।

ଭୁବନେଶ୍ୱର: ଗୋଟିଏ ଦିନ ପରେ ରାଜ୍ୟରେ ପୁଣି ବଢିଲା ଦୈନିକ ସଂକ୍ରମଣ ସଂଖ୍ୟା । ଗତକାଲି କରୋନା ଗ୍ରାଫ ୧୦ ହଜାର ତଳେ ଥିବା ବେଳେ ଆଜି ଏହା ୧୦ ହଜାର ମାର୍କ ଅତିକ୍ରମ କରିଛି ।

Odisha Corona Update

ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ହଜାର ୯୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮ରେ ପହଞ୍ଚିଯାଇଛି । ସବୁଦିନ ପରି ଆଜି ବି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ଆଜି ୧୫୩୯ ନୂଆ ପଜିଟିଭ୍ ବାହାରିଛନ୍ତି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୮୨୩୦ଟି ଥିବାବେଳେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୪୬୫୧୩୩ଜଣ ।

ସେହିପରି ବଲାଙ୍ଗୀରରୁ ୪୨୬, ପୁରୀ ୩୯୮, ଝାରସୁଗୁଡ଼ାରୁ ୩୮୦, ନୂଆପଡ଼ାରୁ ୩୭୮, ବାଲେଶ୍ୱରରୁ ୩୦୩ ଓ କେନ୍ଦୁଝରରୁ ୨୫୩, କଳାହାଣ୍ଡିରୁ ୩୭୦, ଯାଜପୁର ୩୪୯, ନବରଙ୍ଗପୁର ୩୩୫, ବାଲେଶ୍ୱରରୁ ୩୦୩, କେନ୍ଦୁଝରରୁ ୨୫୩,ମୟୁରଭଞ୍ଜରୁ ୨୩୯, ଜଗତସିଂହପୁରରୁ ୨୩୨, ଭଦ୍ରକରୁ ୨୩୧, ସୁବର୍ଣ୍ଣପୁରରୁ ୨୧୫, ରାୟଗଡାରୁ ୨୧୨, କୋରାପୁଟରୁ ୧୯୫ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ନୟାଗଡ଼ରୁ ୧୯୨, ଢ଼େଙ୍କାନାଳରୁ ୧୮୯, ବୌଦ୍ଧରୁ ୧୮୦, ଗଞ୍ଜାମରୁ ୧୭୭, କେନ୍ଦ୍ରାପଡ଼ାରୁ ୧୪୧, କନ୍ଧମାଳରୁ ୧୩୪,ଦେବଗଡ଼ରୁ ୧୨୭, ଗଜପତିରୁ ୧୧୧ ଓ ମାଲକାନଗିରିରୁ ୭୧ ଜଣ ଓ ଷ୍ଟେଟପୁଲରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+