• search
For Quick Alerts
Turn On Notification  
For Daily Alerts

ରାଜ୍ୟରେ ୪ ହଜାର ଟପିଲା ଦୈନିକ ସଂକ୍ରମଣ ସଂଖ୍ୟା

|

ଭୁବନେଶ୍ୱର: ଚଳିତବର୍ଷ ପ୍ରଥମ ଥର ଲାଗି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ସଂଖ୍ୟା ୪ ହଜାର ଟପିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ ହଜାର ୪୪୫ଟି କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । କ୍ୱାରେଣ୍ଟାଇନରୁ ୨୫୭୪ଟି ମାମଲା ଆସିଥିବା ବେଳେ ୧୮୭୧ଟି ମାମଲା ସ୍ଥାନୀୟ ସଂକ୍ରମଣ ।

Odisha Corona Update

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୭୨୨, ଖୋର୍ଦ୍ଧାରୁ ୫୮୭, ନୂଆପଡ଼ାରୁ ୪୩୭ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଅନୁଗୁଳରୁ ୮୭, ବାଲେଶ୍ୱରରୁ ୧୨୩, ବରଗଡ଼ରୁ ୧୭୮, ଭଦ୍ରକରୁ ୪୩, ବଲାଙ୍ଗିରରୁ ୧୬୮, ବୌଦ୍ଧରୁ ୨୧, କଟକରୁ ୨୫୧, ଡେବଗଡ଼ରୁ ୩୫ ଜଣ, ଢେଙ୍କାନାଳରୁ ୨୦, ଗଜପତିରୁ ୧୦, ଗଞ୍ଜାମରୁ ୬୨, ଜଗତସିଂହପୁରରୁ ୩୩, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୨୩୧, କଳାହାଣ୍ଡିରୁ ୨୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କନ୍ଧମାଳରୁ ୨୯, କେନ୍ଦ୍ରାପଡ଼ାରୁ ୩୫, କେନ୍ଦୁଝରରୁ ୭୫, ଖୋର୍ଦ୍ଧାରୁ ୫୮୭, କୋରାପୁଟରୁ ୨୧, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୨୭, ନୟାଗଡ଼ରୁ ୫୦, ନୂଆପଡ଼ାରୁ ୪୩୭, ପୁରୀରୁ ୨୧୯, ରାୟଗଡ଼ାରୁ ୫୩, ସମ୍ବଲପୁରରୁ ୨୪୧, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୭୨୨ ଏବଂ ଷ୍ଟେଟ୍ ପୁଲରୁ ୧୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୭୨ ହଜାର ୭୦୩କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ୨୪ ହଜାର ୫୬୮ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । ଗତ ୨୪ ଘଣ୍ଟାରେ ୧୩୦୯ ଜଣ କରୋନାରୁ ସୁସ୍ଥ ହେବା ସହ ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୬ ହଜାର ୧୩୪କୁ ବୃଦ୍ଧି ପାଇଛି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Odisha Corona Update: Covid-19 Report For 18th April
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X