ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ: ରାଜ୍ୟରେ ଦିନକରେ ୭୯୧ ପଜିଟିଭ୍ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ରହିଛି ।

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା ଦୈନିକ ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ରହିଛି ।

Odisha Corona Update

ଏମାନଙ୍କ ମଧ୍ୟରେ ସର୍ବାଧିକ ରୋଗୀ ସୁନ୍ଦରଗଡରୁ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରେ ୧୪୭ ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରେ ୧୧୮ ଜଣ, ଅନୁଗୁଳରେ ୧୭ ଜଣ, ବାଲେଶ୍ୱରରେ ୦୬ ଜଣ, ବରଗଡ଼ରେ ୪୮ ଜଣ, ଭଦ୍ରକରେ ୧୦ ଜଣ, ବଲାଙ୍ଗୀରରେ ୧୪ ଜଣ, କଟକରେ ୪୬ ଜଣ, ବୌଦ୍ଧରେ ୨ ଜଣ, ଢେଙ୍କାନାଳରେ ୩ ଜଣ ଓ ଜଗତସିଂହପୁରରେ ୯ ଜଣ ଚିହ୍ନଟ ହୋଇଛନ୍ତି ।

ସେହିପରି ଦେବଗଡରେ ଜଣେ, ଗଞ୍ଜାମରେ ୦୯ ଜଣ, ଯାଜପୁରରେ ୧୬ ଜଣ, ଝାରସୁଗୁଡାରେ ୩୧ ଜଣ, କଳାହାଣ୍ଡିରେ ୩୮ ଜଣ, କନ୍ଧମାଳରେ ୪ ଜଣ, କେନ୍ଦ୍ରାପଡାରେ ୧ ଜଣ, କେଉଁଝରରେ ୩୯ଜଣ, କୋରାପୁଟରେ ୯ ଜଣ, ମୟୁରଭଞ୍ଜରେ ୨୪ ଜଣ, ନବରଙ୍ଗପୁରରେ ୨୩ ଜଣ, ନୟାଗଡରେ ୭ ଜଣ, ନୂଆପଡାରେ ୩୧ ଜଣ, ପୁରୀରେ ୪୩ ଜଣ, ରାୟଗଡାରେ ୧୪ ଜଣ, ସମ୍ବଲପୁରରେ ୪୫ ଜଣ, ସୋନପୁରରେ ୭ ଜଣ, ଷ୍ଟେଟ ପୁଲରେ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୨୬୬ ଜଣ ସୁସ୍ଥ ହୋଇଥିବାବେଳେ ବର୍ତ୍ତମାନ ୪୨୫୫ଟି ସକ୍ରିୟ ମାମଲା ରହିଛି ।

ତେବେ ସୋମବାର ୫୭୩ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ମଙ୍ଗଳବାର ୫୮୮ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ହେଲେ ଆଜି ସବୁ ରେକର୍ଡ ଭାଙ୍ଗିଛି କରୋନା। ଗୋଟିଏ ଦିନରେ ବାହାରିଛନ୍ତି ୮୦୦ ପାଖାପାଖି କରୋନା ରୋଗୀ। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୬୪୭ ଥିବାବେଳେ ସୁସ୍ଥ ହୋଇଛନ୍ତି ୩୩୮୪୧୬ ଜଣ। ରାଜ୍ୟରେ ଆକ୍ଟିଭ କେସ ରହିଛି ୪୨୫୫।

ଆଜି ଦେଶରେ ମଧ୍ୟ ରେକର୍ଡ ଭାଙ୍ଗିଛି କରୋନା। ୨୪ ଘଣ୍ଟାରେ ଏକ ଲକ୍ଷ ୧୫ ହଜାର ୭୩୬ ଜଣ ସଂକ୍ରମିତ ହୋଇଛନ୍ତି। ତେବେ ଏହି ସମୟ ମଧ୍ୟରେ ଦେଶଣେ ୫୯, ୮୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ମାମଲାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ଟିଭ କେସ ୫୫, ୨୫୦ ଥିବା ଜଣଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+