ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ, ୭ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ରାଜ୍ୟରେ ତଳ ମୁହାଁ ହୋଇଛି କରୋନା ଗ୍ରାଫ । କମି କମି ଯାଉଛି କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ ହୋଇଛି କରୋନା ଗ୍ରାଫ । କମି କମି ଯାଉଛି କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Odisha Corona Update

୬୧୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୫୩ କ୍ୱାରେଣ୍ଟାଇନ୍‌ରୁ ଓ ବାକି ୨୬୬୫ଟି ହେଉଛି ଲୋକାଲ୍ କେସ୍‌। କଟକ ଜିଲ୍ଲାରୁ ସର୍ବାଧିକ ୬୪୦ ଜଣ ଚିହ୍ନଟ ହୋଇଥିବା ବେଳେ ପୂର୍ବ ଦିନଗୁଡ଼ିକ ତୁଳନାରେ ଖୋର୍ଦ୍ଧା ଜିଲ୍ଲାରେ ଏହି ସଂଖ୍ୟା ବହୁତ କମ୍ ରହିଛି। ଏହି ଜିଲ୍ଲାରୁ ମାତ୍ର ୪୯୫ ଜଣ ନୂଆ ପଜିଟିଜ୍ ଚିହ୍ନଟ ହୋଇଛନ୍ତି।

ଯାଜପୁର ଜିଲ୍ଲାରୁ ୫୬୩ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୪୧୬, ବାଲେଶ୍ୱରରୁ ୧୯୫, ବରଗଡ଼ରୁ ୧୬୪, ଭଦ୍ରକରୁ ୨୨୮, ବଲାଙ୍ଗିରରୁ ୮୩, ବୌଦ୍ଧରୁ ୧୧୨, ଦେବଗଡ଼ରୁ ୨୯, ଢେଙ୍କାନାଳରୁ ୧୨୩, ଗଜପତିରୁ ୩୦, ଗଞ୍ଜାମରୁ ୯୩, ଜଗତସିଂହପୁରରୁ ୨୧୮, ଝାରସୁଗୁଡ଼ାରୁ ୮୬, କଳାହାଣ୍ଡିରୁ ୮୦, କନ୍ଧମାଳରୁ ୧୪୩, କେନ୍ଦ୍ରାପଡ଼ାରୁ ୨୨୭, କେନ୍ଦୁଝରରୁ ୧୫୫, କୋରାପୁଟରୁ ୧୮୦, ମାଲକାନଗିରିରୁ ୧୦୭, ମୟୂରଭଞ୍ଜରୁ ୩୫୨, ନବରଙ୍ଗପୁରରୁ ୧୬୬, ନୟାଗଡ଼ରୁ ୧୬୧, ନୂଆପଡ଼ାରୁ ୩୬, ପୁରୀରୁ ୩୯୮, ରାୟଗଡ଼ାରୁ ୧୦୮, ସମ୍ବଲପୁରରୁ ୧୦୩, ସୋନପୁରରୁ ୫୨ ଓ ସୁନ୍ଦରଗଡ଼ରୁ ୨୭୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି।

୬୧୧୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୯ ହଜାର ୨୧୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୩୯ ହଜାର ୩୭୬ ଜଣ ସୁସ୍ଥ ହୋଇସାରିଛନ୍ତି। ୭୬ ହଜାର ୭୫୦ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+