ଉପର ମୁହାଁ କରୋନା ଗ୍ରାଫ, ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୭୯ କୋଭିଡ୍ ପଜିଟିଭ୍

ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Odisha Corona Update

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨ଜଣ, ବରଗଡ଼ ଜିଲ୍ଲାରୁ ୫୩ଜଣ, ଭଦ୍ରକ ଜିଲ୍ଲାରୁ ୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସେହିପରି ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୪ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୬୧ଜଣ, ପୁରୀ ଜିଲ୍ଲାରୁ ୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାର ୪୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୧ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୨ ଜଣ ସଂକ୍ରମିତ ରହିଛନ୍ତି ।

ତେବେ ଆଜିକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୫୫୨୬ରେ ପହଞ୍ଚିଛି । ଏଥି ମଧ୍ୟରୁ ୪୮୮୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୬୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଗତକାଲି ରାଜ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+