ହଜାରେ ପାର୍ ହେଲା ଦୈନିକ ସଂକ୍ରମଣ, ଆଜି ରାଜ୍ୟରେ ଚିହ୍ନଟ ହେଲେ ୧୨୮୨ ଜଣ ନୂଆ କରୋନା ପଜିଟିଭ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି।

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି । ଆଜି ପ୍ରଥମ ଥର ପାଇଁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଡେଇଁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି।

Odisha Corona Update

୧୨୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୨୭ଟି ହେଉଛି ଲୋକାଲ୍ କେସ୍‌। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୪ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୨ ଓ କଳାହାଣ୍ଡିରୁ ୧୦୮ ଜଣ ଚିହ୍ନଟ ହୋଇଛନ୍ତି। ବରଗଡ଼ ଜିଲ୍ଲାରୁ ୮୪ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୮୨ ଜଣ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ଭଦ୍ରକରୁ ୨୪, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ଜଣେ, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ଝାରସୁଗୁଡ଼ାରୁ ୩୬, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୬, କୋରାପୁଟରୁ ୮, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୨୭, ନୟାଗଡ଼ରୁ ୧୦, ପୁରୀରୁ ୨୮, ରାୟଗଡ଼ାରୁ ୧୫ ଓ ସୋନପୁରରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

୧୨୮୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬,୮୦୮ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୮,୩୯୦ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୫,୯୪୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନାରେ ଗଞ୍ଜାମ ଜିଲ୍ଲାରୁ ଆଉ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ରାଜ୍ୟରେ ଏହି ସଂଖ୍ୟା ୧୯୨୪ରେ ପହଞ୍ଚି ଯାଇଛି। କେବଳ ଗଞ୍ଜାମ ଜିଲ୍ଲାରେ ଏଯାବତ କରୋନାରେ ୨୪୯ ଜଣଙ୍କ ମୃତ୍ୟୁ ହୋଇସାରିଲାଣି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+