ଆଜି ବି ୧୦ ହଜାର ପାର ଦୈନିକ ସଂକ୍ରମଣ
ରାଜ୍ୟରେ ଆଜି ପୁଣି ୧୦ ହଜାର ଉପରେ ରହିଛି ଦୈନିକ ସଂକ୍ରମଣ ସଂଖ୍ୟା। ଗତକାଲି ୧୦,୬୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ୧୦,୦୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୦ ହଜାର ଉପରେ ରହିଛି ଦୈନିକ ସଂକ୍ରମଣ ସଂଖ୍ୟା। ଗତକାଲି ୧୦,୬୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ୧୦,୦୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ନୂଆ ମାମଲାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩କୁ ବୃଦ୍ଧି ପାଇଛି ।

ଆଜି ବି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଠାରେ ୧,୩୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ନୂଆ ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡରୁ ୮୨୪, କଟକରୁ ୭୨୦ ପୁରୀରୁ ୭୦୮ ଜଣ, ଅନୁଗୁଳରୁ ୪୫୬, ବରଗଡରୁ ୪୫୦, କଳାହାଣ୍ଡିରୁ ୪୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡ଼ାରୁ ୪୧୮, ଯାଜପୁରରୁ ୩୨୮ , ନୂଆପଡ଼ାରୁ ୩୧୧, ନବରଙ୍ଗପୁରରୁ ୩୦୬, ସମ୍ବଲପୁରରୁ ୩୦୨, ବଲାଙ୍ଗୀରରୁ ୨୭୪, ନୟାଗଡ଼ରୁ ୨୬୯, ଭଦ୍ରକରୁ ୨୪୮, ବାଲେଶ୍ୱରରୁ ୨୩୦, ଢେଙ୍କାନାଳରୁ ୨୪୪, କେନ୍ଦ୍ରାପଡ଼ାରୁ ୨୪୩, ଗଞ୍ଜାମରୁ ୨୦୯, ମୟୂରଭଞ୍ଜରୁ ୨୦୭, ବୌଦ୍ଧରୁ ୧୮୩, ସୁବର୍ଣ୍ଣପୁରରୁ ୧୬୯, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୪୨, ରାୟଗଡ଼ାରୁ ୧୩୨, ଦେବଗଡ଼ରୁ ୧୧୮, ଜଗତସିଂହପୁରରୁ ୧୧୫, ଗଜପତିରୁ ୮୯, କନ୍ଧମାଳରୁ ୭୫ ଓ ମାଲକାନଗିରିରୁ ୬୨, ଷ୍ଟେଟ୍ ପୁଲ୍ରୁ ୨୭୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 9th May
New Positive Cases: 10031
In quarantine: 6623
Local contacts: 3408(Details of local contacts will be shared by concerned Dist Administration)
District Wise Cases:
1. Angul: 456
— I & PR Department, Odisha (@IPR_Odisha) May 10, 2021
2. Balasore: 230
3. Bargarh: 450
4. Bhadrak: 248
5. Balangir: 274
ସେପଟେ ରାଜ୍ୟରେ ଆଜିଠୁ ପୁଣି ଜାରି ରହିବ ଭ୍ୟାକ୍ସିନେସନ ପ୍ରକ୍ରିୟା । ରବିବାର କିଛି ସ୍ଥାନରେ ଭ୍ୟାକ୍ସିନେସନ ବନ୍ଦ ରହିଥିବା ବେଳେ ଆଜିଠୁ ପୁଣି ଏହାକୁ ତ୍ୱରାନ୍ବିତ କରାଯିବ । କଟକରେ ଦ୍ୱିତୀୟ ଡୋଜ୍ ଟିକାକରଣ ପାଇଁ ଜବାହରଲାଲ୍ ଇନଡୋର ଷ୍ଟାଡିୟମରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।












Click it and Unblock the Notifications