Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ୫ ଶହରୁ କମ ଦୈନିକ ସଂକ୍ରମଣ, ଶହେରୁ କମ ପିଲା ପଜିଟିଭ୍

ଗତ ୨୪ ଘଣ୍ଟା ଚିହ୍ନଟ ହୋଇଛନ୍ତି ୪୭୧ ଜଣ ନୂଆ କରୋନା ସଂକ୍ରମିତ। ସେହିପରି ଶୂନରୁ ୧୮ ବର୍ଷ ବୟସର ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଶହରୁ କମ ଦୈନିକ ସଂକ୍ରମଣ ସାମ୍ନାକୁ ଆସିଛି । ସେହିପରି ଆଜି ରାଜ୍ୟରେ ଶହେରୁ କମ ପିଲା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ଚିହ୍ନଟ ହୋଇଛନ୍ତି ୪୭୧ ଜଣ ନୂଆ କରୋନା ସଂକ୍ରମିତ। ସେହିପରି ଶୂନରୁ ୧୮ ବର୍ଷ ବୟସର ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 Odisha Corona Update

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୯୭ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୬, ବରଗଡ଼ରୁ ୨, ଭଦ୍ରକରୁ ୪, ବଲାଙ୍ଗିରରୁ ଜଣେ , କଟକରୁ ୮୧, ଦେବଗଡ଼ରୁ ୨, ଢେଙ୍କାନାଳରୁ ୫, ଜଗତସିଂପୁରରୁ ୧୬, ଯାଜପୁରରୁ ୨୨, ଝାରସୁଗୁଡ଼ାରୁ ୩, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୩,ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୭, ପୁରୀରୁ ୧୯, ସମ୍ବଲପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟପୁଲରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣଙ୍କ ସଂପର୍କରେ ସରକାର ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୦୪କୁ ବୃଦ୍ଧି ପାଇଛି। ଏହି ୬ ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ଥିବା ବେଳେ ଅନୁଗୋଳ, ଯାଜପୁର ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୭୮କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୮୫, ଯାଜପୁରରେ ୧୬୦ ଓ ପୁରୀରେ ୪୪୮ରେ ପହଞ୍ଚିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+