ଆଜି ବି ହଜାରେ ଉପରେ ସଂକ୍ରମଣ, ୨୪ ଘଣ୍ଟାରେ ୧୦୫୮ କରୋନା ପଜିଟିଭ୍ ଚିହ୍ନଟ
ରାଜ୍ୟରେ ହଜାରେ ତଳକୁ ଖସୁନି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୧୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ହଜାରେ ତଳକୁ ଖସୁନି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୧୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୪୫୬୫ରେ ପହଞ୍ଚିଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୮ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୩୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୬୨ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୭ଜଣ, ଯାଜପୁର ଜିଲ୍ଲାରୁ ୭୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍ରୁ ୧୭ଜଣ ରହିଛନ୍ତି ।
ସେହିପରି ଆଉ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସ୍ୱାସ୍ଥୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।












Click it and Unblock the Notifications