Corona Update: ଚିହ୍ନଟ ହେଲେ ନୂଆ ୧୧୨୯ ପଜିଟିଭ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୦୨ କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୦୨ କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୫୫, ବାଲେଶ୍ୱରରୁ ୭୨, ବରଗଡ଼ରୁ ୩, ଭଦ୍ରକରୁ ୬୦, ବଲାଙ୍ଗିରରୁ ୪, ବୌଦ୍ଧରୁ ୪, କଟକରୁ ୧୩୫, ଦେବଗଡ଼ରୁ ୮, ଢେଙ୍କାନାଳରୁ ୭, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬୩, ଯାଜପୁରରୁ ୪୮, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୧, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୬୬, କେନ୍ଦୁଝରରୁ ୮, , କୋରାପୁଟରୁ ୨, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୦, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୨୦, ନୂଆପଡ଼ାରୁ ୩, ପୁରୀରୁ ୪୮, ରାୟଗଡ଼ାରୁ ୬, ସମ୍ବଲପୁରରୁ ୧, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟ ପୁଲ୍ରୁ ୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ଯେଉଁ ୬୯ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୋଳ ଜିଲ୍ଲାରେ ୨, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜରେ ୩ ଲେଖାଏ , ବଲାଙ୍ଗିର, ନୟାଗଡ଼ରେ ଜଣେ ଲେଖାଏଙ୍କ ମୃତ୍ୟୁ ହୋଇଛି। ଏହାବାଦ କଟକରୁ ୯, ଢେଙ୍କାନାଳରୁ ୨, ଗଞ୍ଜାମରୁ ୨ , ଜଗତସିଂହପୁରରୁ ୩, ଯାଜପୁରରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୬, ପୁରୀରୁ ୭ ଆକ୍ରାନ୍ତ ଆଖି ବୁଜିଛନ୍ତି।












Click it and Unblock the Notifications