୨୫ ଜିଲ୍ଲାରୁ ୫୩୯ ସଂକ୍ରମିତ, ୭୭ ଛୁଆ କରୋନା ପଜିଟିଭ୍
ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ଜଣ ୧୮ ବର୍ଷରୁ କମ୍ ବର୍ଗର।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ଜଣ ୧୮ ବର୍ଷରୁ କମ୍ ବର୍ଗର। ୫୩୯ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୧୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୨୨୩।

ଖୋର୍ଦ୍ଧାରୁ ସର୍ବାଧିକ ୨୫୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୬, ବାଲେଶ୍ୱରରୁ ୨୩, ବରଗଡ଼ରୁ ୨, ଭଦ୍ରକରୁ ୧୨, କଟକରୁ ୪୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଞ୍ଜାମରୁ ୧, ଜଗତସିଂହପୁରରୁ ୩୧, ଯାଜପୁରରୁ ୧୭, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିଭଳି କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୩, ନୟାଗଡ଼ରୁ ୫, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୨, ସୋନପୁରରୁ ୫ ଓ ଷ୍ଟେଟପୁଲରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩କୁ ବୃଦ୍ଧି ପାଇଛି । କରୋନାକୁ ୧୦ ଲକ୍ଷ ୯ ହଜାର ୮୮ ଜଣ ମାତ୍ ଦେଇଥିବା ବେଳେ ଏବେ ୫ ହଜାର ୮୨୯ ଜଣ ସଂକ୍ରମିତ ଅଛନ୍ତି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୦,୯୦ ,୦୮୮ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍ ହେଉଛି ୫୮୨୯।
ସେହିପରି କରୋନାରେ ପ୍ରାଣ ହରାଛନ୍ତି ଆଉ ୬ ଜଣ । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୬୩କୁ ବୃଦ୍ଧି ପାଇଛି। ଏହି୬ ଜଣଙ୍କ ମଧ୍ୟରେ କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି।












Click it and Unblock the Notifications