Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ଆଉ ୬୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୮ ଜଣ ଆକ୍ରାନ୍ତଚିହ୍ନଟ ହୋଇଛନ୍ତି ।

Odisha Corona Update

ସେହିପରି କଟକରୁ ୧୧୩, ଅନୁଗୋଳରୁ ୧୨, ବାଲେଶ୍ୱରରୁ ୩୧, ବରଗଡ଼ରୁ ୯, ଭଦ୍ରକରୁ ୧୮, ବଲାଙ୍ଗିରରୁ ୪, ଦେବଗଡ଼ରୁ ୪, ଢେଙ୍କାନାଳରୁ ୮, ଗଜପତିରୁ ଜଣେ, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨୨, ଯାଜପୁରରୁ ୩୧, ଝାରସୁଗୁଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୧୩, କେନ୍ଦୁଝରରୁ ୮, କୋରାପୁଟରୁ ୬, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୧, ନବରଙ୍ଗପୁରରୁ ୫, ନୟାଗଡ଼ାରୁ ୫, ପୁରୀରୁ ୨୦, ରାୟଗଡ଼ାରୁ ୭, ସମ୍ବଲପୁରରୁ ୧୬, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୯ ଓ ଷ୍ଟେଟ୍‌ ପୁଲ୍‌ରୁ ୪୫ ଜଣ ଚିହ୍ନଟ ହୋଇଛନ୍ତି।

୪ଟି ଜିଲ୍ଲା- ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ୬୦୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୬୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୭ ହଜାର ୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ୬,୯୯୬ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+