Corona Update: ଏକ ହଜାର ମାର୍କରେ ଦୈନିକ ସଂକ୍ରମଣ, ୬ ହଜାର ଡେଇଁଲା ମୃତ୍ୟୁ ସଂଖ୍ୟା

ଆଜି ରାଜ୍ୟରେ ମାତ୍ର ଏକ ହଜାର ମାର୍କ ଉପରେ ଦୈନିକ ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୦୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ଧିରେ ଧିରେ କମୁଛି ସଂକ୍ରମଣ । କରୋନା କବଳରୁ ମୁକୁଳିଛି ରାଜ୍ୟ । ଦ୍ବିତୀୟ ଲହରୀର ପ୍ରଭାବହୀନ ହେବକୁ ବସିଲାଣି । କାରଣ ଆଜି ରାଜ୍ୟରେ ମାତ୍ର ଏକ ହଜାର ମାର୍କ ଉପରେ ଦୈନିକ ସଂକ୍ରମଣ । ରାଜ୍ୟରେ ଗତ ୨୪ ଘଣ୍ଟାରେ ୧,୦୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୭ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୦୩୩କୁ ବୃଦ୍ଧି ପାଇଛି।

Odisha Corona Update

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଥିବା ବେଳେ କଟକରୁ ୧୫୪, ଅନୁଗୋଳରୁ ୪୮, ବାଲେଶ୍ୱରରୁ ୩୬, ବରଗଡ଼ରୁ ୮, ଭଦ୍ରକରୁ ୪୭, ବଲାଙ୍ଗିରରୁ ୪, ବୌଦ୍ଧରୁ ୨, ଦେବଗଡ଼ରୁ ୮, ଢେଙ୍କାନାଳରୁ ୨୫, ଗଜପତିରୁ ୬, ଗଞ୍ଜାମରୁ ୮, ଜଗତସିଂହପୁରରୁ ୮୨, ଯାଜପୁରରୁ ୪୩, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୬, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୧୮, କେନ୍ଦୁଝରରୁ ୨୩, କୋରାପୁଟରୁ ୯, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୨୦, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୩୦, ନୂଆପଡ଼ାରୁ ଜଣେ, ପୁରୀରୁ ୮୨, ରାୟଗଡ଼ାରୁ ୮, ସମ୍ବଲପୁରରୁ ୧୯, ସୋନପୁରରୁ ୧୦ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୫୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

୧,୦୩୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୯ ହଜାର ୭୩୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୫୮ ହଜାର ୬୦୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୫ ହଜାର ୫୦ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ଯେଉଁ ୬୭ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୧୧, କଟକରୁ ୧୦, ପୁରୀରୁ ୬, ଢେଙ୍କାନାଳରୁ ୫, ଗଞ୍ଜାମ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ଅନୁଗୋଳ ଓ ଭଦ୍ରକରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+