ରାଜ୍ୟରେ ୨ ହଜାର ଟପିଲା ଦୈନିକ ସଂକ୍ରମଣ, ସୁନ୍ଦରଗଡ଼ରୁ ୪୫୮ ଚିହ୍ନଟ
ଆଜି ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ ସଂକ୍ରମଣ ୨ ହଜାର ଅତିକ୍ରମ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ଆଜି ପ୍ରଥମ ଥର ପାଇଁ ରାଜ୍ୟରେ ଦୈନିକ ସଂକ୍ରମଣ ୨ ହଜାର ଅତିକ୍ରମ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧୪ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୯୫୩ଟି ହେଉଛି ଲୋକାଲ୍ କେସ୍। ସେହିପରି ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି।
ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୫୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୪୮, ବରଗଡ଼ରୁ ୧୨୦, କଟକରୁ ୧୧୭, ନବରଙ୍ଗପୁରରୁ ୧୦୪, ନୂଆପଡ଼ାରୁ ୧୦୪ ଓ ସମ୍ବଲପୁରରୁ ୧୨୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬୭, ଭଦ୍ରକରୁ ୨୮, ବଲାଙ୍ଗିରର ୯୩, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୫, ଗଜପତିରୁ ୩୧, ଗଞ୍ଜାମରୁ ୭୦, ଜଗତସିଂହପୁରରୁ ୩୫, ଯାଜପୁରରୁ ୫୨, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୩୪, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୫୫, କୋରାପୁଟରୁ ୧୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୬୦, ନୟାଗଡ଼ରୁ ୧୯, ପୁରୀରୁ ୭୦, ରାୟଗଡ଼ାରୁ ୨୭ ଓ ସୋନପୁରରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ପୁଲ୍ରୁ ୮୧ ଜଣ ଚିହ୍ନଟ ହୋଇଛନ୍ତି।
୨୨୬୭ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫,୩୫୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୪୧,୧୨୩ ଜଣ ସୁସ୍ଥ ହୋଇସାରିଲେଣି। ୧୨,୨୪୪ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ୧୯୩୩ରେ ପହଞ୍ଚିଯାଇଛି।
ସେହିପରି ଗତ ୨୪ ଘଣ୍ଟାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଗଞ୍ଜାମ, ବଲାଙ୍ଗୀର ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫୦ରେ ପହଞ୍ଚିଥିବା ବେଳେ ବଲାଙ୍ଗୀରରେ ୪୫ ଓ ଯାଜପୁରରେ ୨୬ ହୋଇଛି।












Click it and Unblock the Notifications