ଆଜି ୧୬୨୯ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୨ ଜଣ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩୯ ଜଣ କ୍ୱାରେଣ୍ଟାଇନ ଓ ବାକି ୬୯୦ଟି ଲୋକାଲ୍ କେସ୍। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୦ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩୯ ଜଣ କ୍ୱାରେଣ୍ଟାଇନ ଓ ବାକି ୬୯୦ଟି ଲୋକାଲ୍ କେସ୍। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୦ ଜଣଙ୍କ ସଂପର୍କରେ ସରକାର ତଥ୍ୟ ଦେଇଛନ୍ତି।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୨ ଜଣ ଥିବା ବେଳେ କଟକରୁ ୧୬୦, ଅନୁଗୋଳରୁ ୪୪, ବାଲେଶ୍ୱରରୁ ୯୩, ବରଗଡ଼ରୁ ୧୧, ଭଦ୍ରକରୁ ୭୬, ବଲାଙ୍ଗିରରୁ ୫, ବୌଦ୍ଧରୁ ୨, ଦେବଗଡ଼ରୁ ୯, ଢେଙ୍କାନାଳରୁ ୩୯, ଗଜପତିରୁ ୨, ଗଞ୍ଜାମରୁ ୮, ଜଗତସିଂହପୁରରୁ ୬୭, ଯାଜପୁରରୁ ୮୪, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୫, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ାରୁ ୪୭, କେନ୍ଦୁଝରରୁ ୨୯, କୋରାପୁଟରୁ ୪, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୫୩, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୩୮, ନୂଆପଡ଼ାରୁ ୧୦, ପୁରୀରୁ ୯୬, ରାୟଗଡ଼ାରୁ ୧୨, ସମ୍ବଳପୁରରୁ ୧୪, ସୋନପୁରରୁ ୨୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୨ ଜଣ ଅଛନ୍ତି। ସେହିପରି ଷ୍ଟେଟ୍ ପୁଲ୍ରୁ ୧୧୩ ଜଣ ଚିହ୍ନଟ ହୋଇଛନ୍ତି।
୧୬୨୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୦ ହଜାର ୮୧୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୪୭ ହଜାର ୩୮୧ ଜଣ ସୁସ୍ଥ ହୋଇସାରିଛନ୍ତି। ୧୭ ହଜାର ୭୪୬ ଜଣ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ ଯେଉଁ ୬୦ ମୃତକଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ ଥିବା ବେଳେ କଟକ ଓ ଅନୁଗୋଳରୁ ୬ ଜଣ ଲେଖାଏଁ, କେନ୍ଦୁଝର ଓ ପୁରୀରୁ ୫ ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁରରୁ ଜଣ ୪ ଲେଖାଏଁ, ଭଦ୍ରକରୁ ୨, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏଁ ଅଛନ୍ତି।












Click it and Unblock the Notifications