Odisha Corona Update: ନୂଆ ୧୬୩୭ ପଜିଟିଭ୍ ଚିହ୍ନଟ, ୬୨ ମୃତ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୨ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୨ ଜଣଙ୍କ ସଂପର୍କରେ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୦ ଜଣ ଥିବା ବେଳେ କଟକରୁ ୨୫୦, ଅନୁଗୋଳରୁ ୧୦୦, ବାଲେଶ୍ୱରରୁ ୫୭, ବରଗଡ଼ରୁ ୧୧, ଭଦ୍ରକରୁ ୭୧, ବଲାଙ୍ଗିରରୁ ୮, ବୌଦ୍ଧରୁ ୯, ଦେବଗଡ଼ରୁ ୪, ଢେଙ୍କାନାଳରୁ ୫୦, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୮୫, ଯାଜପୁରରୁ ୮୦, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୭, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୭୬, କେନ୍ଦୁଝରରୁ ୧୮, କୋରାପୁଟରୁ ୯, ମାଲକାନଗିରିରୁ ୯, ମୟୂରଭଞ୍ଜରୁ ୭୫, ନବରଙ୍ଗପୁରରୁ ୯, ନୟାଗଡ଼ରୁ ୩୯, ନୂଆପଡ଼ାରୁ ୧୪, ପୁରୀରୁ ୭୮, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୧୩, ସୋନପୁରରୁ ୧୧, ସୁନ୍ଦରଗଡ଼ରୁ ୬୧ ଓ ଷ୍ଟେଟ୍ ପୁଲ୍ରୁ ୭୧ ଜଣ ଅଛନ୍ତି।
୧୬୩୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୯ ହଜାର ୧୮୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୪୫ ହଜାର ୧୭୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୮ ହଜାର ୩୮୧ ଜଣ ଚିକିତ୍ସାଧୀନ ଅଛନ୍ତି।
ଅନ୍ୟପକ୍ଷରେ ଯେଉଁ ୬୨ ମୃତଙ୍କ ସଂପର୍କରେ ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ ଜଣ ଥିବା ବେଳେ ସୁନ୍ଦରଗଡ଼ରୁ ୧୦, କେନ୍ଦୁଝରରୁ ୪ ଓ ଯାଜପୁରରୁ ୨ ଜଣ ଅଛନ୍ତି। ସେହିପରି ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।












Click it and Unblock the Notifications