Corona Update: ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ
ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୧୨୩ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆଉ ୪୦ ଜଣଙ୍କ ମୃତ୍ୟୁ ଘଟିଛି।
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସିଲା ଦୈନିକ ସଂକ୍ରମଣ । ଆଜି ତଳ ମୁହାଁ କରୋନା ଗ୍ରାଫ । ଆଜି ତିନି ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୧୨୩ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ କରୋନାରେ ଆଉ ୪୦ ଜଣଙ୍କ ମୃତ୍ୟୁ ଘଟିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୩୯୭ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୩୬୫, କଟକରୁ ୨୬୬, ପୁରୀରୁ ୧୭୮, ଯାଜପୁରରୁ ୧୬୨, ମୟୂରଭଞ୍ଜରୁ ୧୫୫, ଜଗତସିଂହପୁରରୁ ୧୩୨ ଓ ଭଦ୍ରକ ଜିଲ୍ଲାରୁ ୧୨୮ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୮୯ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨୧, ବଲାଙ୍ଗିରରୁ ୧୧, ବୌଦ୍ଧରୁ ୧୯, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬୭, ଗଜପତିରୁ ୧୮, ଗଞ୍ଜାମରୁ ୧୭, ଝାରସୁଗୁଡ଼ା ୮, କଳାହାଣ୍ଡିରୁ ୨୦, କନ୍ଧମାଳରୁ ୧୫, କେନ୍ଦ୍ରାପଡ଼ାରୁ ୫୫, କେନ୍ଦୁଝରରୁ ୭୦, କୋରାପୁଟରୁ ୬୧, ମାଲକାନଗିରିରୁ ୬୪, ନବରଙ୍ଗପୁରରୁ ୨୦, ନୟାଗଡ଼ରୁ ୯୨, ନୂଆପଡ଼ାରୁ ୮, ରାୟଗଡ଼ାରୁ ୪୯, ସମ୍ବଲପୁରରୁ ୨୩, ସୋନପୁରରୁ ୨୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍ରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି।
Covid-19 Report For 28th June
New Positive Cases: 2640
In quarantine: 1517
Local contacts: 1123(Details of local contacts will be shared by concerned Dist Administration)
District Wise Cases:
1. Angul: 89
— I & PR Department, Odisha (@IPR_Odisha) June 29, 2021
2. Balasore: 397
3. Bargarh: 21
4. Bhadrak: 128
5. Balangir: 11
ସେହିପରି ୪୦ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଥିବା ବେଳେ ବରଗଡ଼, କଟକ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ପୁରୀରୁ ୪, ଅନୁଗୋଳ ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ, କଳାହାଣ୍ଡି ଜିଲ୍ଲାରୁ ୨, ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।












Click it and Unblock the Notifications