ରାଜ୍ୟରେ ଆଉ ୩ ଜଣଙ୍କ ପ୍ରାଣ ନେଲା କରୋନା
ଗତ ୨୪ ଘଣ୍ଟାରେ ୩୬୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୫ ବୃଦ୍ଧି ପାଇଛି ।
ଭୁବନେଶ୍ୱର: ରାଜ୍ୟରେ ଏବେ ବି ଜାରି ରହିଛି କରୋନାରା କାୟା । ଗତ ୨୪ ଘଣ୍ଟାରେ ୩୬୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୫ ବୃଦ୍ଧି ପାଇଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୫୩ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୬ ଜଣ ପଜିଟିଭ ରହିଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୨ ଜଣ, ଭଦ୍ରକରୁ ୭ ଜଣ, ବରଗଡ଼ରୁ ୧ ଜଣ, କଟକରୁ ୩୪ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୦ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୨୩ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୦ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୫୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୭୬୫୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୮୫୫୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications