ରାଜ୍ୟରେ ଆଜି ୮୪ କରୋନା ସଂକ୍ରମିତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି ।

ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ନୂଆ ସଂକ୍ରମିତଙ୍କ ମଧ୍ୟରେ
ବାଲେଶ୍ବର ଜିଲ୍ଲାରୁ ୪, ବରଗଡ଼ରୁ ୨, ବଲାଙ୍ଗୀରରୁ ୨, କଟକରୁ ୧୦ ଜଣ, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୬, କନ୍ଧମାଳରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୩, ମୟୂରଭଞ୍ଜରୁ ୨, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ପୁରୀରୁ ୨, ସମ୍ବଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟପୁଲରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୩୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୪୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।












Click it and Unblock the Notifications