ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଆଜି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ୮୪ କରୋନା ପଜିଟିଭ୍ ଟିହ୍ନଟ ହୋଇଥିଲେ । ଯାହା ମଧ୍ୟରୁ ୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୨୬ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଆଜି ରାଜ୍ୟରେ ୧୬ଟି ଜିଲ୍ଲାରୁ ୬୩ ଜଣ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୩୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୩, ୨୫, ୫୧୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୬୦୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।












Click it and Unblock the Notifications