ରାଜ୍ୟରେ କମିଲା ଦୈନିକ ସଂକ୍ରମଣ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି ।

coronavirus

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୧୩ଜଣ, ଦେବଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୪ଜଣ, ଷ୍ଟେଟ ପୁଲ୍‌ରୁ ୧୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୩୩୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୦୬୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୯୩୫୧୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+