Get Updates
Get notified of breaking news, exclusive insights, and must-see stories!

Corona Update: ୨୪ ଘଣ୍ଟାରେ ୬୭୧ ନୂଆ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୭୧ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଶୁନରୁ ୧୮ ବର୍ଷ ଭିତରେ ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୭୧ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଶୁନରୁ ୧୮ ବର୍ଷ ଭିତରେ ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୯୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭୮ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

odisha corona cases

ଖୋର୍ଦ୍ଧାରୁ ସର୍ବାଧିକ ୧୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ୨୨, ବାଲେଶ୍ୱର ୧୨, ବରଗଡ୧୬, ଭଦ୍ରକ ୭, ବଲାଙ୍ଗୀର ୭, ବୌଦ୍ଧ ୧୬, କଟକ ୩୧, ଦେବଗଡ ୬, ଢେଙ୍କାନାଳ ୫, ଗଜପତି ୨୭, ଗଞ୍ଜାମ ୧୧, ଜଗତସିଂହପୁର ୧୨, ଯାଜପୁର ୪୭, ଝାଗସୁଗୁଡା ୨୦, କଳାହାଣ୍ଡି ୧୧, କନ୍ଧମାଳ ୧୩, କେନ୍ଦୁଝର ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ୭ହଜାର ୮୫୫ ସକ୍ରିୟ ସଂକ୍ରମିତ ରହିଛନ୍ତି ।

ଅନ୍ୟପଟେ ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ,ବାଲେଶ୍ବର, ବରଗଡ଼, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୪୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୪୫୭୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୭୧୫୪୯୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+