ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୬ କୋଭିଡ୍ ପଜିଟିଭ୍
ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । କେତେବେଳେ ଏ ସଂଖ୍ୟା ବଢ଼ୁଛି ତ ଆଉ କେତେବେଳେ ଏ ସଂଖ୍ୟା କମୁଛି। ଯାହାକୁ ନେଇ ଚିନ୍ତା ବଢ଼ୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । କେତେବେଳେ ଏ ସଂଖ୍ୟା ବଢ଼ୁଛି ତ ଆଉ କେତେବେଳେ ଏ ସଂଖ୍ୟା କମୁଛି। ଯାହାକୁ ନେଇ ଚିନ୍ତା ବଢ଼ୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୦୭୦କୁ ବୃଦ୍ଧି ପାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୭୦୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୦୬୭୭୭ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications